ରାଜ୍ୟ

କୋରାପୁଟ-ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି ।

ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ । 

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ।

Leave a Reply

Your email address will not be published. Required fields are marked *