ରାଜ୍ୟ

ବାତ୍ୟା ପାଇଁ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ: ୯ ଜିଲ୍ଲା ପାଇଁ ୯ ମନ୍ତ୍ରୀଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ଏହା ପୁରୀ-ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଅତି ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ। କିନ୍ତୁ ଅତିବେଶିରେ ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇାପାରେ।  

ସମ୍ଭାବ୍ୟ ବାତ୍ୟା ଦାନାର ମୁକାବିଲା ପାଇଁ ଓଡିଶାର ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ବିପର୍ଯ୍ୟୟ ପରିଚାଳନା  ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *