ରାଜ୍ୟ

ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅନ୍ତର୍ଗତ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଅନ୍ୟ ଜଣ ଅସୁସ୍ଥ ‌ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ଏବେ ବି କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅଛନ୍ତି। 

ସୂଚନାଯୋଗ୍ୟ, କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅନ୍ତର୍ଗତ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗୋଟିଏ ପରିବାରର ଗତ ୩୦ତାରିଖ ଦିନ ଆମ୍ବଟାକୁଆରେ ପ୍ରସ୍ତୁତ ଖାଦ୍ୟ ଖାଇଥିଲେ। ଆମ୍ବଟାକୁଆ ଜାଉ ଖାଇବାର କିଛି ସମୟ ପରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୬ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ସ୍ତାନାନ୍ତରିତ କରାଯିବା ସମୟରେ କୁମ୍ଭାରା ମାଝୀଙ୍କ ଝିଅ ରୁନି ମାଝୀ (୩୦) ଓ  ଅନିଲ ପାଟମାଝୀଙ୍କ ଝିଅ ରମିତା ପାଟମାଝୀ(୨୮)ଙ୍କ ବାଟରେ ମୃତ୍ୟୁ ହୋଇଥିଲା।

Leave a Reply

Your email address will not be published. Required fields are marked *