ରାଜ୍ୟ

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି

ଭୁବନେଶ୍ୱର: ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ।

ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ  ସାର୍ଟିଫିକେଟ୍ , ଡିପ୍ଲୋମା , ଡିଗ୍ରି, ଏବଂ ଡିଗ୍ରି ଅନର୍ସ୍ ପ୍ରଦାନ କରାଯିବ। ୟୂଜିସି. ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ଆଧାରରେ  ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ପ୍ରସ୍ତୁତ ହୋଇଅଛି ଏବଂ ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ୍ ଓ extra curricular activities, ଏନସିସି. ଏନଏସଏସ. ଇତ୍ୟାଦି  ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏତଦ୍ୱାରା ଛାତ୍ର ଛାତ୍ରୀମାନେ ନିଜ ସ୍ୱେଛା ରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ  ୭ ବର୍ଷ ଭିତରେ ତାଙ୍କର ଡିଗ୍ରି କୋର୍ସକୁ ପୂର୍ଣ୍ଣ କରିପାରିବେ। 

Leave a Reply

Your email address will not be published. Required fields are marked *