ଫେବ୍ରୁଆରି ୨୧ରୁ ମାଟ୍ରିକ୍ ପରୀକ୍ଷା: ଜାରି ହେଲା ସୂଚୀ
କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।ସୂଚନା ଅନୁସାରେ ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ହେବ। ୨୪ ତାରିଖରେ ଇଂରାଜୀ, ୨୭ ତାରିଖରେ ଗଣିତ, ମାର୍ଚ୍ଚ’ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ। ପରୀକ୍ଷାର ସମୟ ସକାଳ ୯ରୁ ପୂର୍ବାହ୍ଣ ୧୧ଟା ୩୦ ଯାଏଁ ରହିଛି। ପରୀକ୍ଷାର୍ଥୀଙ୍କୁ ଗଣିତ ପାଇଁ ଅତିରିକ୍ତ ୧୫ ମିନିଟ ସମୟ ମିଳିବ। ଅର୍ଥାତ ଗଣିତ ପରୀକ୍ଷା ପୂର୍ବାହ୍ଣ ୯ଟାରୁ ଆରମ୍ଭ ହୋଇ ୧୧ଟା ୪୫ମିନିଟରେ ସରିବ।