ଆସନ୍ତା ଡିସେମ୍ବର ୧୨ ଯାଏଁ ବୈକୁଣ୍ଠଧାମ ଆଶ୍ରମ ଭଙ୍ଗାଯାଇ ପାରିବନି: ହାଇକୋର୍ଟ
କଟକ: ଭୁବନେଶ୍ବର ଖଣ୍ଡଗିରି ବାରିସ୍ଥିତ ବିବାଦୀୟ ବୈକୁଣ୍ଠଧାମ୍ ଆଶ୍ରମ ଉଚ୍ଛେଦ ପ୍ରସଂଗରେ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି। ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ କରି ବୈକୁଣ୍ଠନାଥଧାମ୍ ସେବାଶ୍ରମ ଟ୍ରଷ୍ଟ ପକ୍ଷରୁ ଦାୟର ମାମଲାର ହାଇକୋର୍ଟ ଶୁଣାଣି କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସାଧାରଣ ପ୍ରଶାସନ ବିଭାଗ ଇଷ୍ଟେଟ ନିର୍ଦ୍ଦେଶକ, ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍, ଭୁବନେଶ୍ବର ଉପଜିଲ୍ଲାପାଳ, ତହସିଲଦାର, ଡିସିପି, ବିଡିଏ, ବିଏମସି, ଭରତପୁର ଥାନା ଆଇଆଇସି ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ ଜାରି କରିଛନ୍ତି। ଘାଟିକିଆ ମୌଜାର ଖାତା ନମ୍ବର ୨୩୩୩, ପ୍ଲଟ ନମ୍ବର ୧୨୧୫ରେ ନିର୍ମିତ ଆଶ୍ରମକୁ ୨୦୨୪ ଡିସେମ୍ବର ୧୨ ତାରିଖ ଯାଏଁ ଭଙ୍ଗାଯାଇପାରିବନି ବୋଲି ହାଇକୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ରାଜଧାନୀର ଛାତି ଉପରେ ତଥା ଭୁବନେଶ୍ୱର ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ବୈକୁଣ୍ଠଧାମ ଆଶ୍ରମ ନିର୍ମାଣ ହୋଇଛି। ଏଠାରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ସେ ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ବାବାଙ୍କ ପ୍ରବଚନ ଶୁଣିବା ପାଇଁ ଭକ୍ତମାନଙ୍କର ପ୍ରବଳ ଭିଡ଼ ଜମୁଥିଲା। ଦୂରଦୂରାନ୍ତରୁ ଆସୁଥିବା ଶ୍ରଦ୍ଧାଳୁମାନେ ବାବାଙ୍କ ଆଶୀର୍ବାଦ ନେଉଥିଲେ। ଭକ୍ତମାନେ ପ୍ରବଳ ଭକ୍ତି କରୁଥିଲେ।
ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ବୈକୁଣ୍ଠଧାମ ଆଶ୍ରମ ନିର୍ମାଣ ହୋଇଛି। ଏଠାରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ସେ ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ନିକଟରେ ବାବାଙ୍କ ଗୋଟିଏ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହାକୁ ନେଇ ବିବାଦ ଆରମ୍ଭ ହୋଇଥିଲା। ଏହି ବିବାଦ ଏତେ ବଢ଼ିଥିଲା ଯେ, ରାଜ୍ୟବ୍ୟାପି ଚର୍ଚ୍ଚା ହେଉଛି। ବିବାଦର ମୂଳ କାରଣ ଥିଲା କୁନି ବାବାଙ୍କ ପାଦ ତଳେ ତୁଳସୀ ଥିବା ଦେଖିବାକୁ ମିଳିଥିଲା। ଫଳରେ ବିବାଦ ଉଗ୍ର ରୂପ ଧାରଣ କରିଥିଲା। ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରତିବାଦ ପରେ ଭରତପୁର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ପୁଲିସର ତନାଘନା ଭିତରେ ବାବାଙ୍କ ବୈକୁଣ୍ଠ ଆଶ୍ରମରୁ କିଛି ଆପତ୍ତିଜନକ ସାମଗ୍ରୀ ମଧ୍ୟ ଜବତ କରାଯାଇଥିଲା। ବାବା କାଶୀନାଥ ଶ୍ରଦ୍ଧାଳୁଙ୍କ ଆସ୍ଥାକୁ ଆଧାର କରି ବ୍ୟବସାୟ କରିବା ସହ ବିଳାଶପୂର୍ଣ୍ଣ ଜୀବନ ଅତିବାହିତ କରୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ।