ରାଜ୍ୟ

ଓଡ଼ିଶାରେ ରେଳ ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ରେଳମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ଆଗାମୀ ଦିନରେ ରେଳ ଭିତ୍ତିଭୂମିର ଆହୁରି ବିକାଶ ହେବ। ଅତ୍ୟାଧୁନିକ ରେଳ ଷ୍ଟେସନ ପାଇଁ ରାଜ୍ୟର ପ୍ରମୁଖ ରେଳଷ୍ଟେସନରେ ନିର୍ମାଣାଧୀନ କାର୍ଯ୍ୟ ଜାରି ରହିଛି। ଡବଲ ଇଞ୍ଜିନ ସରକାର ଏଦିଗରେ କାମ କରୁଛନ୍ତି। କେନ୍ଦ୍ର ସରକାର ନିକଟରେ ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ରାଶି ମଧ୍ୟରେ ରାଜ୍ୟରେ ପ୍ରସ୍ତାବିତ ରେଳପ୍ରକଳ୍ପର ଉନ୍ନୟନମୂଳକ କାର୍ଯ୍ୟ କରାଯିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦେଇଛନ୍ତି। ଓଡ଼ିଶାରେ ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର ମିଳିଛି। ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ। ଅମୃତ ଷ୍ଟେସନ ଯୋଜନାରେ ରାଜ୍ୟର ୫୯ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଛି। ମୋଦୀ ୩.୦ ସମୟରେ ୧୯,୨୮୯ କୋଟି ଟଙ୍କା ବ୍ୟୟ ଅଟକଳରେ ୮ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି ବୋଲି ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ‘ଏକ୍ସ’ରେ ଲେଖିଛନ୍ତି।

Leave a Reply

Your email address will not be published. Required fields are marked *