ରାଜ୍ୟ

୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ନକ୍ସଲ

ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସର ଘନଘନ ଚଢ଼ାଉରେ ନକ୍ସଲ ଏବେ ହିଂସାତ୍ମକ ହୋଇପଡିଛନ୍ତି। ଲୋଙ୍କୁ ଭୟଭୀତ କରାଇବା ଏବଂ ପୁଲିସକୁ ଚ୍ୟାଲେଞ୍ଚ କରିବା ପାଇଁ ନିରୀହ ଲୋକଙ୍କୁ ହତ୍ୟା କରୁଛନ୍ତି। ଏହି ଘଟଣାକ୍ରମରେ ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ଜଣ ପୂର୍ବତନ ସରପଞ୍ଚଙ୍କୁ ଅପହରଣ କରିନେଇ ହତ୍ୟା କରିଛନ୍ତି।ଭେରମଗଡ ଥାନା ଅଂଚଳର ପୂର୍ବତନ ସରପଞ୍ଚ ସୁକୁଲ ଫରସା ଏବଂ କଡେର ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁଖରାମ ଅବଲମଙ୍କୁ ନିଜ ନିଜ ଅଂଚଳରୁ ନକ୍ସଲ ଅପହରଣ କରି ନେଇଥିଲେ। ଗତ ୨ ନଭେମ୍ବର ଦିନ ବିରିୟାଭୁମି ଗ୍ରାମକୁ ଯାଉଥିବା ରାସ୍ତାରୁ ସୁକୁଲ ଫରସାକୁ ନକ୍ସଲ ଅପହରଣ କରି ନେଇଥିଲେ। ସେହିପରି କଡେର ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କୁ କୁକୁଡା ହାଟରୁ ଅପହରଣ କରି ନେଇଥିଲେ। ଆଜି ସକାଳୁ ଦୁଇ ଜଣଙ୍କର ଶବ ସେମାନଙ୍କ ଅଂଚଳରେ ପଡିଥିବା ଲୋକେ ଦେଖିଥିଲେ।

Leave a Reply

Your email address will not be published. Required fields are marked *