ଆସନ୍ତାକାଲି ଜନ୍ମଭୂମିକୁ ରାଷ୍ଟ୍ରପତିଙ୍କ ଗସ୍ତ
ଭୁବନେଶ୍ବର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଐତିହାସିକ ଓଡ଼ିଶା ଗସ୍ତ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି। ମହାମହିମ ଶ୍ରୀମତୀ ମୁର୍ମୁ ରାଜ୍ୟରେ ୫ ଦିନ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଐତିହାସିକ ଦିବସକୁ ସ୍ମରଣୀୟ ରଖିବା ପାଇଁ ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରିଥିଲେ। ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀସ୍ଥିତ ତାଳବଣୀଆ ହେଲିପ୍ୟାଡରେ ଅବତରଣ କରିଥିଲେ। ସେଠାରେ ପୂର୍ବାହ୍ଣ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି। ଏହାପରେ ୧୦.୫୦ରେ ପୁରୀସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବୁଧବାର ରାତି ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିଥିଲେ।