ରାଜ୍ୟ

କାର୍ଯ୍ୟରତ ସମୟରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ସତର୍କତା ପାଇଁ ପୁରସ୍କାର |

ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଅନ୍ତର୍ଗତ ଗୋରଖନାଥ ଷ୍ଟେସନର ପଏଣ୍ଟସମ୍ୟାନ୍ ଶ୍ରୀ ଅଜିତ ବାହିରା ଓ ଇଚ୍ଛାପୂରମ ଷ୍ଟେସନର ପଏଣ୍ଟସମ୍ୟାନ୍ ଶ୍ରୀ ଜି ରାମବାବୁ ଏବଂ ସମ୍ବଲପୁର ରେଳମଣ୍ଡଳ ଅନ୍ତର୍ଗତ ଲାଞ୍ଜିଗଡ଼ ରୋଡ୍ ଷ୍ଟେସନରେ କାର୍ଯ୍ୟରତ ପଏଣ୍ଟସମ୍ୟାନ୍ ଶ୍ରୀ ଜଗନ୍ନାଥ ରଣାଙ୍କ ସହିତ ସମ୍ବଲପୁର ରେଳମଣ୍ଡଳ ଅନ୍ତର୍ଗତ ଲୋଇଶିଙ୍ଗା ଷ୍ଟେସନର ଟ୍ରାକ ମେଣ୍ଟେନର ଶ୍ରୀ ପ୍ରସନ୍ନ କୁମାର ତ୍ରିପାଠୀ ଏବଂ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଧାନମଣ୍ଡଳ ରେଳ ଷ୍ଟେସନର ଟ୍ରାକ ମେଣ୍ଟେନର ଶ୍ରୀ ମଦନ କୁମାର ସିଂ ସେମାନଙ୍କର କାର୍ଯ୍ୟରତ ସମୟରେ ଚଳନ୍ତା ଟ୍ରେନ ଗୁଡିକର ହଟ ଆକ୍ସିଲ ଚିହ୍ନଟ କରି ଟ୍ରେନ ଚଳାଚଳରେ ସମ୍ଭାବ୍ୟ ଦୁର୍ଘଟଣା ଏଡାଇ ପାରିଥିବାରୁ ସେମାନଙ୍କୁ ମହାପ୍ରବନ୍ଧକ ଶ୍ରୀ ଶର୍ମା ବିଶେଷ ଭାବେ ସମ୍ମାନିତ କରିଛନ୍ତି |

ଏହା ବ୍ୟତୀତ ସମ୍ବଲପୁର କଣ୍ଟ୍ରୋଲରେ କାର୍ଯ୍ୟ କରୁଥିବା ସିନିୟର ସେକ୍ସନ୍ ଇଞ୍ଜିନିୟର ଶ୍ରୀ ଏସ୍ କେ ମହାପାତ୍ର ହଟ୍ ଆକ୍ସିଲ ରିପୋର୍ଟ ଗ୍ରହଣ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ ଯାହା ଦ୍ୱାରା ଟ୍ରେନ୍ କୁ ମାର୍ଗରେ ଅଟକରଖାଯାଇ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଥିଲା |

ଉପରୋକ୍ତ କର୍ମକର୍ତ୍ତାଙ୍କୁ ସମ୍ମାନିତ କରି ଶ୍ରୀ ମନୋଜ ଶର୍ମା କହିଛନ୍ତି ଯେ ଗ୍ୟାଙ୍ଗମେନ, ଟ୍ରଲିମେନ, ଗେଟମେନ, ଓଏଚଇ ଖଲାସି ଏବଂ ଅନ୍ୟାନ୍ୟ ରକ୍ଷଣାବେକ୍ଷଣ କ୍ୟାଡରଙ୍କ କଠିନ ପରିଶ୍ରମ ଏବଂ ସତର୍କତା, ଯେଉଁମାନେ ନିରାପଦରେ ଟ୍ରେନ ଚଳାଚଳ ପାଇଁ ପୂର୍ବ ତଟ ରେଳପଥରେ ଦିନରାତି କଠିନ ପରିଶ୍ରମ କରୁଛନ୍ତି ସେମାନଙ୍କୁ ସ୍ୱୀକୃତି ପ୍ରଦାନ କରିବା ଉଚିତ୍ | ସେ ମଧ୍ୟ ରେଳବାଇ କର୍ମଚାରୀଙ୍କୁ ନିବେଦନ କରିଛନ୍ତି ଯେ କାର୍ଯ୍ୟରତ ଥିବା ସମୟରେ ସତର୍କ ରୁହନ୍ତୁ ଯାହା ଦ୍ୱାରା ଯାତ୍ରୀ ଏବଂ ଟ୍ରେନ୍ ନିରାପତ୍ତା ସମ୍ଭବ ହୋଇପାରିବ |

ଏହି ଅବସରରେ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ଏବଂ ରେଳପଥର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |

Leave a Reply

Your email address will not be published. Required fields are marked *