ରାଜ୍ୟ

ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡିରେ ଚାଷୀମାନଙ୍କ ପାଇଁ ଖାଦ୍ୟ, ପାଣି ଓ ଟଏଲେଟର ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଦଲାଲମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଖବର ପଢ଼ନ୍ତୁ: ‘ଏକ ଦେଶ, ଏକ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ନୂଆ ସରକାର ଗଠନର ଛଅ ମାସ ପୂରଣ ହେଉଛି। ପିଏମ୍‌ କିଷାନ ଓ ସିଏମ୍‌ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତୀକରଣ କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ଏହା ଦ୍ବାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହୋଇପାରିବେ। ଏଣୁ, ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ ଦକ୍ଷତାର ସହିତ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ  କରାଯିବା ଆବଶ୍ୟକ। କୌଣସି ପରିସ୍ଥିତିରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେବା ଉଚିତ୍‌ ନୁହେଁ। 

Leave a Reply

Your email address will not be published. Required fields are marked *