ରାଜ୍ୟ

ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ଷାରେ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ଚାଷୀଙ୍କୁ କ୍ଷୟକ୍ଷତି ସହାୟତା ମିଳିବ ବୋଲି ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଅଦିନିଆ ବର୍ଷାରେ ହେକ୍ଟର ହେକ୍ଟର ଚାଷ ଜମୀ ନଷ୍ଟ ହୋଇଛି। ଅମଳ ସମୟରେ ଅଦିନିଆ ବର୍ଷା ସୁନାର ଫସଲକୁ ନଷ୍ଟ କରିଦେଇଛି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ସେମାନେ କେମିତି ଋଣ ପରିଷୋଧ କରିବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। 

ଏହି ଖବର ପଢ଼ନ୍ତୁ: ପଞ୍ଚଭୂତରେ ଲୀନ ହେଲେ ମନମୋହନ, ଶେଷ ଦର୍ଶନ ପାଇଁ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖଠାରୁରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ। ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛି। କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Leave a Reply

Your email address will not be published. Required fields are marked *