ରାଜ୍ୟ

ରାୟଗଡ଼ା ରେଳ ଡିଭିଜନ୍‌ରୁ ଯାତାୟାତ, ପରିବହନ ସଂଯୋଗରେ ଉନ୍ନତି ଆଶା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬ ତାରିଖ ଦିନ ପୂର୍ବାହ୍ନ ୧୧ଟାରେ ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ୍‌ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନୂତନ ଜମ୍ମୁ ରେଳ ରେଳ ମଣ୍ଡଳ ଏବଂ ଚର୍ଲାପଲ୍ଲୀ ନୂଆ ଟର୍ମିନାଲ ଷ୍ଟେସନକୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ମାନ୍ୟବର କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାମ୍ମୁ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଏହି ମହତ୍ୱପୂର୍ଣ୍ଣ ପ୍ରକଳ୍ପରେ ସ୍ଥାନୀୟ ଅଞ୍ଚଳର ରେଳ ଭିତ୍ତିଭୂମି ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଅନେକ ପ୍ରମୁଖ ଉପାଦାନ ଅନ୍ତର୍ଭୂକ୍ତ ହେବ। 

Leave a Reply

Your email address will not be published. Required fields are marked *