ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିର୍ମାଣ ହେବ ସ୍ଥାୟୀ ରଂଗମହଲ
ବରଗଡ଼: ୭୭ତମ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ଏହି ଭବ୍ୟ ସମାରୋହରେ ଯୋଗ ଦେଇ ସେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଧନୁଯାତ୍ରାର ଅନୁଦାନ ରାଶି ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଉଛି। ପୂର୍ବରୁ ଏହି ରାଶି ୧୦ ଲକ୍ଷ ଟଙ୍କା ଥିଲା। ବର୍ତ୍ତମାନ ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଂସ ମହାରାଜଙ୍କ ମଞ୍ଚରୁ ଉଦ୍ବୋଧନ ଦେଇ କହିଛନ୍ତି, ବରଗଡ଼ ସହରରେ ଚିତାକର୍ଷକ ସ୍ଥାୟୀ ରାଜମହଲ ନିର୍ମାଣ କରାଯିବ। ଏଥି ପାଇଁ ୧୨ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟ ହେବ। ଜିରା ନଦୀରେ ୮୦ କୋଟି ଟଙ୍କା ବ୍ୟୟରେ ଏକ ଆନିକଟ ନିର୍ମାଣ କରାଯିବ। ସେହିପରି ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ପାଇଁ ୩୦ କୋଟି ଟଙ୍କା ଖର୍ଚ୍ଚ ହେବ।