ରାଜ୍ୟ

ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ବର: ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ, ଏହାକୁ ଲାଗୁ କରାଯିବ କି ନାହିଁ ସେନେଇ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିବା ବେଳେ ବର୍ତ୍ତମାନ ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। 

ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଗଣଶିକ୍ଷା ବିଭାଗରେ ଆସୁଥିବା ବେଳେ ଏହାକୁ ରାଜ୍ୟ ସରକାର  ଏବେ ଲାଗୁ କରିବେ। ଆଞ୍ଚଳିକ ବିଷୟବସ୍ତୁ ଥିବା ପାଠ ପଢାଯିବ ଏବଂ ସେନେଇ ପାଠ୍ୟ ଖସଡ଼ା ମଧ୍ୟ ପ୍ରସ୍ତୁତ କରାଯିବ ।

Leave a Reply

Your email address will not be published. Required fields are marked *