ଘନ କୁହୁଡ଼ି ନେଇ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗର ପୂର୍ବାନୁମାନ ଏବଂ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ଦୁଇ ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜାନୁଆରି ୧୮ର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ, କେନ୍ଦୁଝରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଥିବା କୁହାଯାଇଛି।ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।