ରାଜ୍ୟ

ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ। ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଗଠନ ସହ ସେମାନଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବାରେ ଏଭଳି ଅନୁଷ୍ଠାନର ଏକ ବଡ ଭୂମିକା ରହିଛି। ଆଜିର ଏହି ଦିନ କେବଳ ଉତ୍ସବ ପାଳନରେ ସୀମିତ ନୁହେଁ, ଏହାର ଗୁରୁତ୍ଵ ଏବଂ ଆବଶ୍ୟକତାକୁ ବୁଝିବାର ଏକ ଅବସର ଅଟେ।   

ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି କହିଛନ୍ତି ଯେ, ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ।  

ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନତି ପାଇଁ ଏକ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆଜିର ଶିକ୍ଷା ପଦ୍ଧତି ଓ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଏବେ ନିଯୁକ୍ତି ଓ ରୋଜଗାରର ଅମାପ ସୁଯୋଗ ରହିଛି। ଏହାର ସଦୁପଯୋଗ କରିବା ପାଇଁ ଶିକ୍ଷା ସହିତ ଉପଯୁକ୍ତ ଦକ୍ଷତା ବିକାଶ

Leave a Reply

Your email address will not be published. Required fields are marked *