ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪୪୦: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯୪
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯୪କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୪୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୯,୫୧୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ରାଜସ୍ଥାନ ଓ କର୍ଣ୍ଣାଟକ ଗୋଟିଏ ଲେଖାଁଏ ଏବଂ ପିଛିଲା ଭାବେ କେରଳ ଗୋଟିଏ ମୃତ୍ୟୁ ରେକର୍ଡ କରିବାରୁ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୭୯କୁ ବୃଦ୍ଧି ପାଇଛି।