ଅନ୍ତର୍ଜାତୀୟ ମହିଳା ଦିବସ ପାଇଁ ବିଏମ୍ସିର ବ୍ୟାପକ ପ୍ରସ୍ତୁତି : ହ୍ୟାଣ୍ଡଲୁମ୍ ଓ୍ୱାକଥନରେ ସାମିଲ ହେବେ ୫ ଶହରୁ ଅଧିକ ମହିଳା
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ମାର୍ଚ୍ଚ ୮ ତାରିଖ ଦିନ ଅନ୍ତର୍ଜାତୀୟ ମହିଳା ଦିବସରେ ‘ସମ୍ପୂର୍ଣ୍ଣା’ ପାଳିତ ହେବ। ଏହି ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେବ । ବୁଧବାର ବିଏମ୍ସି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ଅତିରିକ୍ତ କମିସନର ରତ୍ନାକର ସାହୁ, ଶୁଭେନ୍ଦୁ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ, ଅଧ୍ୟକ୍ଷା ଓ କର୍ପୋରେଟର ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।ଏହି ହ୍ୟାଣ୍ଡଲୁମ୍ ଓ୍ୱାକଥନକୁ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ । ଏହି ଓ୍ୱାକଥନରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ସାନ୍ଧ୍ୟ ଅଧିବେଶନରେ ସମ୍ମାନିତ କରାଯିବ ।