ରାଜ୍ୟ

ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।

ଏହି ବୈଠକରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ଏବଂ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଶୁଭମ ସକ୍ସେନାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ବୈଠକର ପ୍ରାରମ୍ଭରେ ପ୍ରମୁଖ ସଚିବ ସିଂହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଏବଂ ପଦକ୍ଷେପ ବିଷୟରେ ଅବଗତ କରାଇଥିଲେ।ଆଗାମୀ ରବି ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ କିପରି ଆହୁରି ସୁଗମ କରାଯାଇପାରିବ ସେ ବିଷୟରେ ମଧ୍ୟ ବିସ୍ତୃତ ଆଲୋଚନା କରାଯାଇଥିଲା। ଚଳିତ ବର୍ଷ ରବି ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ୧ ମେ’ ରୁ ୩୦ ଜୁନ୍ ପର୍ଯ୍ୟନ୍ତ ଆରମ୍ଭ ହେବ। ଏଥିପାଇଁ ଚଳିତ ମାସରୁ ଚାଷୀଙ୍କ ପଞ୍ଜୀକରଣ ଆରମ୍ଭ କରାଯିବ ବୋଲି ସିଂହ କହିଛନ୍ତି। ସେହିପରି, କ୍ରୟ ହୋଇଥିବା ଧାନରୁ ଉତ୍ପାଦିତ ବଳକା ଚାଉଳ ଭାରତୀୟ ଖାଦ୍ୟ ନିଗମକୁ ଯୋଗାଇବା ପାଇଁ ବୈଠକରେ ଆଲୋଚନା ହୋଇଥିଲା।

Leave a Reply

Your email address will not be published. Required fields are marked *