ରାଇରଙ୍ଗପୁରରେ ଉପଖଣ୍ଡସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର
ରାଇରଙ୍ଗପୁର: ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ସୌମ୍ୟରଞ୍ଜନ ପ୍ରଧାନ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାଏକ , ଏସଡିଏମ୍ ଓ ଡାକ୍ତର ରବୀନ୍ଦ୍ର କୁମାର ମାର୍ଣ୍ଣି ଓ ରାଇରଙ୍ଗପୁର ଏସଡିପିଓ ଗୋକୁଳାନନ୍ଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ପ୍ରଥମେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ ।ସେଥି ମଧ୍ୟରୁ ଆପତ୍ତି ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଏବଂ ଅନ୍ୟ ଏକ ଆବେଦନକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ମଂଜୁର କରିଥିଲେ। ୨ ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା ।