ପାଣିପାଗ: ଅପ୍ରେଲ୍ ୮ରୁ ୪ଦିନ ଯାଏଁ ବର୍ଷା ସମ୍ଭାବନା; ଏସବୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ବର: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ଥିବା ବେଳେ ଦିନକ ପରେ ବର୍ଷା ହୋଇପାରେ। ପାଣିପାଗ ବିଭାଗର ଆକଳନ ସତ ହେଲେ ଲୋକଙ୍କୁ ପ୍ରବଳ ଗ୍ରୀଷ୍ମପ୍ରବହାରୁ ଆଶସ୍ତି ମିଳିପାରିବ।
ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୪୦ କିମି ରହିପାରେ।