ପ୍ରତିଯୋଗିତାମୂଳକ ପରୀକ୍ଷାରେ ପୁଣି ତ୍ରୁଟି: ଅସନ୍ତୋଷ ଝାଡ଼ିଲେ ପରୀକ୍ଷାର୍ଥୀ
ଭୁବନେଶ୍ବର: ପ୍ରତିଯୋଗିତାମୂଳକ ପରୀକ୍ଷାରେ ପୁଣି ତ୍ରୁଟି ପରିଲକ୍ଷିତ ହୋଇଛି। ଗୋଟିଏ ଦିନରେ ଆଜି ରାଜ୍ୟ ଲୋକସେବା ଆୟୋଗ (ଓପିଏସ୍ସି) ଏବଂ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍ଏସ୍ସି) ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଏଭଳି ତ୍ରୁଟି ନେଇ ପରୀକ୍ଷା ଅସନ୍ତୋଷ ଦେଖାଯାଇଛନ୍ତି।
ଆଜି ସିଭିଲ ସର୍ଭିସ୍ ସେବା ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ଥିଲା। ପୂର୍ବାହ୍ନ ୯ରୁ ୧୨ଟା ଆନ୍ଥ୍ରୋପୋଲୋଜି ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଥିଲା। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ଅଭିଯୋଗ ହୋଇଛି। ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ଝାଡ଼ିଛନ୍ତି। ଓପିଏସ୍ସି କର୍ତ୍ତୃପକ୍ଷ ନୋଟିସ୍ ଜାରିଆରେ ତ୍ରୁଟି ସ୍ବୀକାର କରିଛନ୍ତି।