ରାଜ୍ୟ

ଆଟମିକ୍‌ ଏନର୍ଜି କମିସନ୍‌ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଡକ୍ଟର ଅଜିତ ମହାନ୍ତି

ଭୁବନେଶ୍ୱର: ଡକ୍ଟର ଅଜିତ କୁମାର ମହାନ୍ତିଙ୍କୁ ‘ଆଣବିକ ଶକ୍ତି ବିଭାଗ’ର ସଚିବ ଏବଂ ‘ଆଣବିକ ଶକ୍ତି କମିସନ୍‌’ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି ।
ଶନିବାର ଦିନ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି କମିଟି ଡକ୍ଟର ମହାନ୍ତିଙ୍କ ନିଯୁକ୍ତିକୁ ଅନୁମୋଦନ କରିଥିଲା । ସୂଚନାଯୋଗ୍ୟ, ଡକ୍ଟର ଅଜିତ କୁମାର ମହାନ୍ତିଙ୍କୁ ୨୦୧୯ ମାର୍ଚ ୧୨ ତାରିଖରେ ‘ଭାବା ଆଟମିକ୍‌ ରିସର୍ଚ ସେଂଟର’ର ୧୩ଶ ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *