ରାଜ୍ୟ

ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା । ଶିକ୍ଷାଦାନ ବାଧାପ୍ରାପ୍ତ।

ନିମାପଡ଼ା,(ପି. ଏନ)ପୁରୀ ଜିଲ୍ଲା ର ନିମାପଡ଼ା, ଗୋପ,କାକଟପୁର , ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ସଂଘ ତରଫରୁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଗଣଧାରଣା ଚାଲିଥିବାରୁ ସମଗ୍ର ଅଞ୍ଚଳ ରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି।ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଚ୍ଛେଦ କରିବା,କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା,ଶିକ୍ଷାକର୍ମୀ ଓ ଶିକ୍ଷା ସହାୟକଙ୍କ କାର୍ଯ୍ୟକାଳକୁ ମୂଳ ଚାକିରୀରେ ଗଣନା କରିବା ସହ ନୋସନାଲ ଇନକ୍ରିମେଣ୍ଟ ପ୍ରଦାନ କରିବା,ଏକ୍ସକ୍ୟାଡର ଶିକ୍ଷକମାନଙ୍କୁ ଏଲିମେଣ୍ଟାରି କ୍ୟାଡରଭୁକ୍ତ କରିବା,କଳା ଓ କ୍ରିଡା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରିବା,ସମସ୍ତ ବର୍ଗର ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ମୂଳ ବେତନ ଲେବୁଲ-୯ ଅନଯାଇ ୪୨୦୦ ଗ୍ରେଡପେ ପ୍ରଦାନ କରିବା ଓ ନୂତନ ପେନସନ ବ୍ୟବସ୍ଥାକୁ ଉଚ୍ଛେଦ କରି ପୁରୁଣା ପେନସନ ପୁନଃ ପ୍ରଚଳନ କରିବା ଦାବି ନେଇ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଆନ୍ଦୋଳନ କୁ ଓହ୍ଲାଇଛନ୍ତି।ସରକାର ଶିକ୍ଷକମାନଙ୍କ ପ୍ରମୂଖ ଦାବିସବୁ ପୁରଣ କରିବାରେ ଅଣଦେଖା କଲେ ଦାବି ପୂରଣ ହେବା ପର୍ଯ୍ୟନ୍ତ ଏହି ଧାରଣା ଜାରି ରହିବ ବୋଲି ଶିକ୍ଷକ ନେତାମାନେ ପ୍ରକାଶ କରିଛନ୍ତି ।ଶିକ୍ଷକ ,ଶିକ୍ଷୟତ୍ରୀ ମାନଙ୍କ ଏଭଳି ଧାରଣା ଦେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ତାଲା ଝୁଲିବା ପରିସ୍ଥିତି ସୃଷ୍ଟି ହୋଇଛି ।

Leave a Reply

Your email address will not be published. Required fields are marked *