ରାଜ୍ୟ

ଲାଞ୍ଚ ନେଉଥିବା ବେଳେ ଜି.ଆର୍.ଏସ୍.କୁ ଗିରଫ କଲା ଭିଜିଲାନ୍ସ ବିଭାଗ

ଅନୁଗୁଳ:

ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS । ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ GRS ଯଦୁମଣି ମାଝୀ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରର ଫାଇନାଲ ବିଲ ସହ ବୋନସ ଅର୍ଥ ଦେବାପାଇଁ ପୋଡ଼ପୋଡ଼ା ଗାଁର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ଠାରୁ GRS ଯଦୁମଣି ମାଝୀ ୪ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଲାଞ୍ଚ ନ ଦେଇ ବାରମ୍ବାର ଦୌଡ଼ିବା ସତ୍ୱେ ତାଙ୍କ ବିଲ ପାସ ହେଉ ନଥିଲା । ବାଧ୍ୟ ହୋଇ ସେ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ଆଜି ଭିଜିଲାନ୍ସ ବିଭାଗର ପ୍ଲାନ ଅନୁସାରେ ୪ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଯଦୁମଣି ମାଝୀକୁ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ତାଙ୍କ ନିକଟରୁ ଲାଞ୍ଚ ନେଇଥିବା ଟଙ୍କା ଜବତ କରା ଯାଇଥିବା ବେଳେ ତାଙ୍କ ଘରେ ମଧ୍ଯ ଭିଜିଲାନ୍ସ ବିଭାଗ ଚଢାଉ କରିଥିଲା । ସେଠାରୁ ବ୍ଯାଙ୍କ ସମ୍ବନ୍ଧୀୟ କାଗଜପତ୍ର ଓ କିଛି ଟଙ୍କା ଜବତ କରା ଯାଇଥିବା ସୁଚନା ମିଳିଛି ।

Leave a Reply

Your email address will not be published. Required fields are marked *