ଜାନୁଆରି ୨୨ରେ ହେବ ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା, ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦୀ
ଅଯୋଧ୍ୟା: ଅଯୋଧ୍ୟାରେ ନିର୍ମାଣାଧୀନ ତିନି ମହଲା ବିଶିଷ୍ଟ ରାମ ମନ୍ଦିରର ତଳ ମହଲାର ନିର୍ମାଣ କାର୍ଯ୍ୟ ଡିସେମ୍ବର ଶେଷ ସୁଦ୍ଧା ଶେଷ ହେବ ଏବଂ ଆସନ୍ତା ବର୍ଷ ଜାନୁଆରି ୨୨ ତାରିଖରେ ମନ୍ଦିରର ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର। ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଜାନୁଆରି ୨୦ରୁ ୨୪ ମଧ୍ୟରେ ଯେ କୌଣସି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ’ପ୍ରାଣ ପ୍ରତିଷ୍ଠା’ ସମ୍ବନ୍ଧୀୟ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ତେବେ, ଏନେଇ ଚୂଡ଼ାନ୍ତ ତାରିଖ ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆମକୁ ମିଳିନାହିଁ।