ରାଜ୍ୟ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ନୂଆ ରେଳ ଷ୍ଟେସନ ନୀରିକ୍ଷଣ:

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଆଜି ରେଳପଥର ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଭୁବନେଶ୍ୱର ନୂଆ ରେଳ ଷ୍ଟେସନ ନୀରିକ୍ଷଣକରି ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି | ଯାତ୍ରୀ ସୁବିଧା ଏବଂ ଟ୍ରେନ୍ ଚଳାଚଳ ସହିତ ସେ ରେଳବାଇର ବିଭିନ୍ନ ବିକାଶମୂଳକ କାର୍ଯ୍ୟକଳାପ ଉପରେ ମଧ୍ୟ ଆଲୋଚନା କରିଥିଲେ | ତୃଣମୂଳ ସ୍ତରରୁ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ସହଭାଗୀ ମାନଙ୍କ ସହିତ ଘନିଷ୍ଠ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି ଯାହା ଦ୍ୱାରା ଚାଲୁରହିଥିବା ଓ ପ୍ରସ୍ତାବିତ ବିକାଶ ମୂଳକ କାର୍ଯ୍ୟ ଶୀଘ୍ର ସମ୍ପାଦନ କରାଯାଇ ପାରିବ |

Leave a Reply

Your email address will not be published. Required fields are marked *