ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।
ପୁରୀ ୬/୧୧ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ବ୍ରହ୍ମଗିରି ବିଡ଼ିଓ ଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ
୨୦ଗୋଟି ଅଭିଯୋଗ ମିଳିଥିଲା ।ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଚିକିତ୍ସା ସହାୟତା, ବିଭିନ୍ନ ଆବାସ ଯୋଜନା ସମ୍ପର୍କରେ ଅଭିଯୋଗ ମାନ ଆସିଥିଲା।ବିଭାଗୀୟ କର୍ତ୍ତୃପକ୍ଷ ଏହାର ଅନୁଧ୍ୟାନ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ଵାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ବ୍ରହ୍ମଗିରି ବ୍ଲକ ଅଧ୍ୟକ୍ଷ ରତ୍ନବାଳା ବେହେରା,ବିଡ଼ିଓ ରଞ୍ଜନ ବେହେରା, ତହସିଲଦାର ବିଦ୍ୟଧର ଦଣ୍ଡପାଟ, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ,ବ୍ଲକ ସ୍ତରୀୟ ଅଧିକାରୀ ମାନେ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।