ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ-୨୦୨୩
ଗଜପତି:
ଗଜପତି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ-୨୦୨୩ ହୋଇଯାଇଛି । ଓଡିଶା ଜଳ ସମ୍ପଦ ବିଭାଗ ଏବଂ ଜିଲ୍ଲା ଜଳ ସମ୍ପଦ ବିଭାଗର ମିଳିତ ଆନୁକୁଲ୍ୟରେ ପାରଳାଖେମୁଣ୍ଡି ସହରର ଜଳ ସମ୍ପଦ କାର୍ଯ୍ୟଳୟ ପରିସରରେ ପାଣି ପଞ୍ଚାୟତ ପକ୍ଷପାଳନ ଅନୁଷ୍ଠିତ ହୋଇଯାଇଛି । ଏହି ପଣି ପଞ୍ଚାଯତ ପକ୍ଷ ପାଳନ ନିମନ୍ତେ ଫେବୃଆରୀ ୧ରୁ ୭ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବ୍ଲକର ସ୍ତରୀୟରେ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା । ଆଜି ଗଜପତି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ ମୋହନା ବିଧାୟକ ଦାଶରଥୀ ଗମାଙ୍ଗ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଓଡ଼ିଶା ସରକାରଙ୍କ ଜଳ ସମ୍ପଦ ବିଭାଗର ସ୍ଵତନ୍ତ୍ର ସଚିବ ତଥା ଜଳ ପ୍ରଭାରୀ ଗଜପତି ବିଶ୍ୱଜିତ ବିଶ୍ଵାଳ, ପ୍ରମୁଖ ମଞ୍ଚାସିନ ଥିଲେ । ଜିଲ୍ଲାର ବିଭିନ୍ନ ପାଣି ପଞ୍ଚାୟତର ଚାଷୀ ଓ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ଉତ୍ସବ ପାଳିତ ହୋଇଥିଲା । ଜିଲ୍ଲାରେ ଜଳ ପରିଚାଳନା କ୍ଷେତ୍ରରେ ପାଣି ପଞ୍ଚାୟତ ଗୁଡିକର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସହଭାଗୀ ଜଳସେଚନ ମାଧ୍ୟମରେ ତୃଣମୂଳସ୍ତରରେ ଜଳର ଉପଲବ୍ଧତାରେ ଗୁଣାତ୍ମକ ମାନ ବୃଦ୍ଧି ଆଦି ପରିପ୍ରେକ୍ଷୀରେ ଏହି ପାଣି ପଞ୍ଚାୟତ ପକ୍ଷପାଳନ କରାଯାଉଛି । ଜିଲ୍ଲାର ସମସ୍ତ ବ୍ଲକରେ ରଥ ବୁଳି ଜନସାଧାରଣଙ୍କୁ ପାଣି ପଞ୍ଚାୟତର ଭୂମିକା ସମ୍ପର୍କରେ ବାର୍ତ୍ତା ନେଇ ସଚେତନତା ରଥ ପରିକ୍ରମା କରିଥିଲା । ଗଜପତି ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ୧୪୪ଟି ଏବଂ ଉଠା ଜଳସେଚନ ପ୍ରଭାଗ ଅଧୀନରେ ଥିବା ୪୧୪ ଗୋଟି ପାଣିପଞ୍ଚାୟତର କାର୍ଯ୍ୟକରୀ ହେଉଅଛି । ଏହି ଅବସରରେ ସମସ୍ତ ଅତିଥି ବୃନ୍ଦ ପାଣି ପଞ୍ଚାୟତର ଭୂମିକା ଓ ଏହାର ସୁପରି ଚାଳନା ନିମନ୍ତେ ଉପସ୍ଥିତ ଥିବା ବିଭିନ୍ନ ପାଣି ପଞ୍ଚାୟତର କୃଷକ ମାନଙ୍କୁ ପରାମର୍ଶ ପ୍ରଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ଜିଲ୍ଲାର ବିଭିନ୍ନ ବିଭାଗ ଯଥା ପ୍ରାଣୀ ଚିକିତ୍ସା, କୃଷି, ଉଦ୍ୟାନ, ଜଳଛାୟା, ମତ୍ସ୍ୟ ସମ୍ପଦ ମିଶନଶକ୍ତି ତଥା ଜଳସମ୍ପଦ ବିଭାଗ ଦ୍ଵାରା ପ୍ରଦର୍ଶିତ କରାଯାଇଥିବା ବିଭିନ୍ନ କାର୍ଯ୍ୟର ମାର୍ଜିତ ରୂପରେଖକୁ ନେଇ ଷ୍ଟଲ ଖୋଲାଯାଇଥିଲା । ଯାହାକି ଜନସାଧାରଣଙ୍କ ଦ୍ଵାରା ଉଚ୍ଚ ପ୍ରଶଂସିତ ହୋଇଥିଲା । ଏହି ଅବସରରେ ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡିଆ ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ସାଧାରଣ ଜ୍ଞାନ ଏବଂ ଓଡିଆ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା ପୁରଷ୍କୃତ କରଯାଇଥିଲା
। ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକର ପଞ୍ଚାୟତ ସମିତି ଅଧକ୍ଷ/ଅଧ୍ୟକ୍ଷା, ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଗଣ, ସମସ୍ତ ବ୍ଲକରୁ ଆସିଥିବା କୃଷକ ପ୍ରମୁଖ ଉପସ୍ଥିତ ଥିଲେ । ପରିଶେଷରେ ଗଜପତି ଜଳସେଚନ ବିଭାଗ, ପାରଳାଖେମୁଣ୍ଡିର ଅଧିକ୍ଷଣ ଯନ୍ତ୍ରୀ ଇଞ୍ଜିନିୟର ସଞ୍ଜୟ କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ ।