ମହାପ୍ରଭୁଙ୍କୁ ସମଲେଇ ପ୍ରକଳ୍ପ ପାଇଁ ନିମନ୍ତ୍ରଣ
ପୁରୀ ୬/୧ ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ।ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି ସଦସ୍ୟ ଓ ପୂଜାରୀ ମାନେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ପାରମ୍ପରିକ ବିଧି ମୁତାବକ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ।ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ ନିମନ୍ତ୍ରଣ କାରୀ ଦଳ ପହଞ୍ଚିବା ପରେ ସେମାନଙ୍କୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।ଜିଲ୍ଲାପାଳ ସମର୍ଥ ବର୍ମା ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା,ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ନାରାୟଣ ମହାନ୍ତି ସମସ୍ତ ସଦସ୍ୟ ଙ୍କୁ ସ୍ୱାଗତ କରିବା ସହ ଶ୍ରୀବିଗ୍ରହଙ୍କ ଲାଗି ଖଣ୍ଡୁଆ ପାଟ ଅର୍ପଣ କରିଥିଲେ।ଓଡ଼ିଶା ମୋ ପରିବାର ର ସଂଯୋଜକ ଶୁଭାଶିଷ ଖୁଣ୍ଟିଆ, ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ବସନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ ବୋଲି ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ର ସଭାପତି ସଞ୍ଜୟ କୁମାର ବାବୁ ସୂଚନା ଦେଇଥିଲେ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି ବୋଲି ଶ୍ରୀ ବାବୁ ସୂଚନା ଦେଇଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ କଟକର ଅତିରିକ୍ତ ଜିଲ୍ଲାପାଳ ଉମାକାନ୍ତ ରାଜ,ଟ୍ରଷ୍ଟ ବୋର୍ଡ ସଦସ୍ୟ ପ୍ରଫୁଲ୍ଲ ହୋତା, ହେମନ୍ତ ମିଶ୍ର, ସନ୍ତୋଷ ପୃଷ୍ଠେ,ପୂଜାକାଶ,ଅମ୍ବିକା ରାୟ,ଅମୀୟ ରାୟ,ପ୍ରକାଶ ରାୟ ଓ ଓକିଲ ରାୟ ପ୍ରମୁଖ ଉପସ୍ଥିତ ଥିଲେ।