ରାଜ୍ୟ

୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।

ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।

ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି।

ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।

ସେହିପରି ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ଟି ଜିଲ୍ଲା, ୧୦ଟି ବ୍ଲକ, ୧୦୫୭ଟି ସ୍କୁଲ, ୪୧୯ଟି ବିଦ୍ୟାଳୟ ପରିଚାଳନା କମିଟି, ୪୧୯ଟି ପୁରାତନ ଛାତ୍ର କମିଟି, ୪୧୪ଟି ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି।

Leave a Reply

Your email address will not be published. Required fields are marked *