ଜିଲ୍ଲା ପ୍ରଶାସନର ମା’ ପାଇଁ ଗଛଟିଏ ଅଭିଯାନ
କେନ୍ଦ୍ରାପଡ଼ା, ତା 28/06 : ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅଭିଯାନ l ଏହି କ୍ରମରେ ଆଜି ସକାଳ 9 ଘଟିକା ସମୟରେ ବାରୋ ତରାଣ୍ଡୋଠାରେ ଥିବା ଜିଲ୍ଲା ମିଶନ ଶକ୍ତି ଭବନ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମିଶନ ଶକ୍ତି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା, ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ନୀଲୁ ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ମିଶନ ଶକ୍ତିର ଜିଲ୍ଲା ସଂଯୋଜକ କୈଳାଶ ସେନାପତି, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ମିଶନ ଶକ୍ତିର ମା’ ଭଉଣୀ ପ୍ରମୁଖ ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ l ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା ଏହି ଅବସରରେ କହିଥିଲେ, ” ବୃକ୍ଷ ବଞ୍ଚି ରହିଲେ ବିଶ୍ୱ ତିଷ୍ଠି ରହିବ l ଏଣୁ ପ୍ରକୃତିର ସୁରକ୍ଷl ଆମର ଦାୟିତ୍ୱ l” ସମସ୍ତ ଜିଲ୍ଲାବାସୀଙ୍କୁ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଜିଲ୍ଲାପାଳ ନିବେଦନ କରିଛନ୍ତି l ସୂଚନାଯୋଗ୍ୟ, ବିଶ୍ୱ ପରିବେଶ ଦିବସ ଅବସରରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏକ ପେଡ ମା କେ ନାମ ( ମା ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆହ୍ୱାନ ଜଣାଇଥିଲେ l