ନବରଙ୍ଗପୁର ତା୨୨.୦୯.୨୦୨୫:
ଆଜି ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ପଂଚାୟତ ସମିତି ଅଧ୍ୟକ୍ଷା ନୀଳାଦ୍ରି ନାଏକ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ,ବି ଡି ଓ ମନୋଜ ପାଣିଗ୍ରାହୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୩ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୨ ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।
