ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନର ଗେଟ ନମ୍ବର ୧ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏକ ଗାଡିରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ଘଟଣା ସ୍ଥଳରେ ୫ ଦମକଳ ଗାଡି ପହଞ୍ଚିଛି। ବିସ୍ଫୋରଣ ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଲାଲକିଲ୍ଲାର ଗେଟ ନମ୍ବର ୧ ନିକଟରେ ଏହି ବିସ୍ଫୋରଣ ଘଟିଛି।
ଦିଲ୍ଲୀ ପୁଲିସର ଏକ ଦଳ ଘଟଣାସ୍ଥଳରେ ପହଞ୍ଚିଛି। ଲାଲକିଲ୍ଲା ନିକଟରେ ପ୍ରବଳ ଭିଡ଼ ଜମା ହୋଇଛନ୍ତି। ଲାଲକିଲ୍ଲା ନିକଟରେ ଥିବା ବଡ଼ ବଜାର, ଚାନ୍ଦନୀ ଚୌକରେ ପ୍ରତିଦିନ ହଜାର ହଜାର ଲୋକଙ୍କର ସମାଗମ ହୋଇଥାଏ। ଏଭଳି ଜନବହୁଳ ଅଞ୍ଚଳରେ ବଡ଼ ଧରଣର ବିସ୍ଫୋରଣ ଘଟିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।
