ଭୁବନେଶ୍ବର: ଆସନ୍ତା ଏପ୍ରିଲ ମାସରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ। ଏନେଇ ସୂଚନା ମିଳିଛି। ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା। ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ। ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିସନର। ଲୋକସେବା ଭବନରେ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ଜନଗଣନା ନିର୍ଦ୍ଦେଶକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
