ନୟାଗଡ଼:
ଜାତୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍’ ର ୧୫୦ତମ ବାର୍ଷିକୀ ପାଳନ ଅବସରରେ ନୟାଗଡ଼ ବ୍ଲକ ସ୍ତରୀୟ ସାମୁହିକ ଗାନ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ମଙ୍ଗଳବାର ଦିନ ଇଟାମାଟି ଇନଡୋର ଷ୍ଟାଡିୟମ୍ରେ ଉତ୍ସାହ ଓ ଦେଶପ୍ରେମମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଗ୍ନଜିତ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶପ୍ରେମ, ଜାତୀୟ ଏକତା ଓ ରାଷ୍ଟ୍ର ଗୀତର ମହତ୍ତ୍ୱ ବିଷୟରେ ଉଦ୍ବୋଧନ ଦେଇଥିଲେ।
ନୟାଗଡ଼ ବ୍ଲକ ଅଧ୍ୟକ୍ଷ ଶ୍ରୀ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଶ୍ରୀମତୀ ଲକ୍ଷ୍ମୀପ୍ରିୟା ସାହୁ, ବିଡ଼ିଓ ଶ୍ରୀମତୀ ଐଶ୍ୱର୍ଯ୍ୟା ଭୂୟାଁ, ଇଟାମାଟି ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସ୍ଵପ୍ନେଶ୍ୱରୀ ସେଠୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଏବଂ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ଅଭୟ କୁମାର ଲେଙ୍କା ପ୍ରମୁଖ ଉପସ୍ଥିତ ରହିଥିଲେ।
କାର୍ଯ୍ୟକ୍ରମରେ ସାମୁହିକ ‘ବନ୍ଦେ ମାତରମ୍’ ଗାନ ସହ ସ୍ୱଦେଶୀ ସଂକଳ୍ପ ପାଠ କରାଯାଇଥିଲା। ପରେ ବିଭିନ୍ନ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।
ମଞ୍ଚ ପରିଚାଳନା ଶ୍ରୀ ଶରତ ଚନ୍ଦ୍ର ଆଚାର୍ଯ୍ୟ କରିଥିବା ବେଳେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ପ୍ରିତମ କୁମାର ମହାରଣାଙ୍କ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ସୁଚାରୁ ଭାବେ ପରିଚାଳିତ ହୋଇଥିଲା।
