ଭୁବନେଶ୍ୱର : ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଏପ୍ରିଲ ୧ରୁ ଆରମ୍ଭ ହେବ ପଞ୍ଜୀକରଣ ପ୍ରକ୍ରିୟା । ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସରକାରଙ୍କ ଅନୁମୋଦନ କ୍ରମେ, ଆସନ୍ତା ୦୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ।
ଆବେଦନ ଅବଧି: ୦୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬
ବୟସ ସୀମା : ୦୧.୦୪.୨୦୨୬ ସୁଦ୍ଧା ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ।
ଆର୍ଥିକ ସହାୟତା: ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ।
ଆବେଦନ ପ୍ରକ୍ରିୟା ଓ ସର୍ତ୍ତାବଳୀ:
