ଭୁବନେଶ୍ବର: ଅସହ୍ଯ ତାତି ଯୋଗୁ ୪ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି । ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି ଘୋଷଣା ହୋଇଛି । ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଛି । ଜିଲ୍ଲାରେ ସ୍କୁଲ, କଲେଜ ସହ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର। ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ ।
ଗ୍ରୀଷ୍ମ ସ୍ଥିତିକୁ ଦେଖି ପରବର୍ତ୍ତୀ ଛୁଟି ନିଷ୍ପତ୍ତି ନିଆଯିବ। ସେହିପରି ସୁବର୍ଣ୍ଣପୁରରେ ୨୨ ଯାଏ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ଛୁଟି । ପ୍ରବଳ ଖରା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏନେଇ ସୁବର୍ଣ୍ଣପୁର ଜିଲ୍ଲାପାଳ ଘୋଷଣା କରିଛନ୍ତି । ସେହିପରି କଳାହାଣ୍ଡିରେ ୨୧ ତାରିଖ ଓ ବୌଦ୍ଧ ଜିଲ୍ଲାରେ ୨୨ ଯାଏଁ ସ୍କୁଲ ଛୁଟି ଘୋଷଣା ହୋଇଛି ।
