ଭୁବନେଶ୍ୱର : ଦୁଇ ଦିନ ପ୍ରବଳ ବର୍ଷା । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଆଜି ୨୫ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେଥିରୁ ପ୍ରବଳ ବର୍ଷା ପାଇଁ ୬ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଲି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ।
