ଭୁବନେଶ୍ବର: ମୌସୁମୀ ସକ୍ରିୟତା ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବା ୭ ଦିନ ଯାଏ ଅନେକ ସ୍ଥାନରେ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି । ଆଗାମୀ ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା। ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି। ମାଲକାନଗିରି, କୋରାପୁଟ, ଗଂଜାମ ଗଜପତି,ରାୟଗଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେଉଁଝର ଓ ସମ୍ବଲପୁର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଅବଶିଷ୍ଟ ୧୯ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ସହ ୩୦ ରୁ ୪୦ କିମି ଝଟକା ପବନ ବହିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆସନ୍ତାକାଲିଠୁ ବଢ଼ିବ ବର୍ଷାର ପରିମାଣ। ଆସନ୍ତାକାଲି ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି , ରାୟଗଡା,ଗଜପତି, ଗଂଜାମ, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର,ନୂଆପଡା, ଭଦ୍ରକ, ବାଲେଶ୍ୱର ,ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ ଓ ସୁନ୍ଦରଗଡ ଏହି ୧୬ ଜିଲ୍ଲାରେ ପ୍ରବଳ ଵର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗତ ୨୪ ଘଣ୍ଟାରେ ଅନଗୁଳ ତାଳଚେରରେ ସର୍ବାଧିକ ୮୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଅନ୍ୟପଟେ, ଆସନ୍ତା ଦୁଇ ଦିନ ଭୀଷଣ ବର୍ଷା । ସାରା ରାଜ୍ୟରେ ବିକ୍ଷିପ୍ତ ଭାବେ ବର୍ଷା ସମ୍ଭାବନା। ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଗୋଟିଏ ଜିଲ୍ଳା ଓ ଆସନ୍ତାକାଲି ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାକି ପ୍ରାୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଇଏମଡି। ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଅନ୍ୟ ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ,ଗଜପତି, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ସମ୍ବଲପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ବର୍ଷା ଆହୁରି ବିକ୍ଷିପ୍ତ ହେବ। ସବୁ ଜିଲ୍ଲା ୟେଲୋ ୱର୍ଣ୍ଣିଂ ଜୋନ୍ ଭିତରେ। ତେବେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ୮ ତାରିଖରେ ମଧ୍ୟ ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୮୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
