ସୋର : ବେଆଇନ ଭାବେ ଗଞ୍ଜେଇ ନେଉଥିବା ଅଭିଯୋଗରେ ଜଣେ ଗିରଫ । ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଜାମୁଝାଡି ବସ ଷ୍ଟପ ନିକଟରେ ଚଢ଼ାଉ କରାଯାଇଥିଲା । ବେଆଇନ ଭାବେ ୧୦ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏଥିରେ ସମ୍ପୃକ୍ତ ବଲଗଡ଼ ଥାନା (ପଶ୍ଚିମବଙ୍ଗ) ଅନ୍ତର୍ଗତ ଉତ୍ତର ଗୋପାଳପୁର ଗ୍ରାମର ମଦନ ସିକଦରଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରମୁଖ ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ କେସ ନଂ: ୧୩୫/୨୦୨୬-୨୭ ମୂଳେ ମାମଲା ରୁଜ୍ଜୁ କରାଯାଇଛି ।
