ଭୁବନେଶ୍ବର: ରାଜ୍ୟରେ ଦୁର୍ବଳ ହେଲା ଲଘୁଚାପର ପ୍ରଭାବ । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୭ ତାରିଖରେ ମଧ୍ୟ ଏହି ୫ଟି ଜିଲ୍ଲାର କାଁ ଭାଁ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
୮ ତାରିଖରୁ ୧୧ ତାରିଖ ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କାଲିଠାରୁ ରାତି ତାପମାତ୍ରା ହ୍ରାସ ପାଇବ । ୬ରୁ ୮ ତାରିଖ ମଧ୍ୟରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବା ସମ୍ଭାବନା ରହିଛି । ତାପମାତ୍ରା ହ୍ରାସ ପାଇଲେ ଶୀତ ଅନୁଭୂତ ହେବ । ଅନ୍ୟପଟେ ଆଗାମୀ ଦିନରେ ଆଉ ଏକ ଲଘୁଚାପ ସୃଷ୍ଟି ନେଇ ଚର୍ଚ୍ଚା ହେଉଥିବା ବେଳେ, ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ନୂଆ ସୂଚନା ଜାରି କରାଯାଇନାହିଁ ।
