ଛତ୍ରପୁର: ସମୁଦ୍ର କୂଳିଆ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ପାଇଁ ବୁଝାଇଲେ ସିଡିଓ । ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ପଵନ ହେବାର ସମ୍ଭାବନା ରହିଛି । ସମୁଦ୍ର କୂଳିଆ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି । ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ଗାଁର ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରିବା ପାଇଁ ଲୋକଙ୍କୁ ସଚେତନ କରିଛନ୍ତି ଗଞ୍ଜାମ ଜିଲ୍ଲା ପରିଷଦର ସିଡିଓ ଓ ଅଧିକାରୀ । ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ରର ଅତି ନିକଟରେ ରହିଥିବାରୁ ସେଠାକାର ଲୋକଙ୍କୁ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର କରାଯିବ ବୋଲି ସିଡିଓ ସୂଚନା ଦେଇଛନ୍ତି । ବାତ୍ୟା ଆଶ୍ରୟ ସ୍ଥଳୀରେ ଲୋକଙ୍କ ପାଇଁ ଆବଶ୍ୟକୀୟ ସାମଗ୍ରୀ ମହଜୁଦ ରଖାଯାଇଛି ।
