ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପାଇଁ ୬ ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଜିଲ୍ଲାରେ ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି । ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ ପାଇଁ ନିର୍ଦ୍ଦେଶ ଲାଗୁ ହୋଇଛି ।
ସେହିପରି ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । ହେଲେ ସ୍କୁଲରେ ଉପସ୍ଥିତ ରହିବେ ସମସ୍ତ ଶିକ୍ଷକ ଓ କର୍ମଚାରୀ । ସେହିପରି ଅନ୍ୟ ଜିଲ୍ଲାରେ ସ୍ଥିତି ଦେଖି ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି ।
ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ନଜରରେ ରଖି ପିଲାମାନଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC)ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନର ଏହି ତତ୍ପରତା ଏବେ ଜିଲ୍ଲାଗୁଡ଼ିକରେ ସତର୍କତା ବଢ଼ାଇଛି । ପରିସ୍ଥିତି ଉପରେ ପ୍ରଶାସନର ନଜର ରହିଥିବାବେଳେ ଆଗକୁ ଆବଶ୍ୟକ ପଡ଼ିଲେ ଅଧିକ ପଦକ୍ଷେପ ନିଆଯାଇପାରେ ।
